ଭୁବନେଶ୍ଵର: ଆସନ୍ତା ସୋମବାର ଦୀପାବଳି ପାଇଁ ସ୍କୁଲ୍, କଲେଜ ଓ ବିଶ୍ବବିଦ୍ୟାଳୟ ଛୁଟି । ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଜାରି ହେଲା ସୂଚନା । ଦୀପାବଳି ପାଇଁ ଅତିରିକ୍ତ ଛୁଟି ଭାବେ ଘୋଷଣା କଲେ ରାଜ୍ୟ ସରକାର ।
ଅନ୍ୟପଟେ ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ନୂଆପଡ଼ା ଜିଲ୍ଲା ବ୍ୟତୀତ ରାଜ୍ୟର ଅନ୍ୟ ସବୁ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ । ୨୦ରେ ନୂଆପଡ଼ାରେ ସରକାରୀ କାର୍ଯ୍ୟାଳୟ/ ମାଜିଷ୍ଟେରିଆଲ କୋର୍ଟ ଖୋଲା ରହିବ । ଆସନ୍ତା ୨୫ ତାରିଖ ଚତୁର୍ଥ ଶନିବାର କାର୍ଯ୍ୟଦିବସ ଭାବେ ଘୋଷଣା ।