ଆଜି ପେଟ୍ରୋଲ ଓ ଡିଜେଲ ଦର ରେ ବୃଦ୍ଧି ଘଟିଛି ।ଭୁବନେଶ୍ୱରରେ ପେଟ୍ରୋଲ ଦର ୧୧୦.୪୯ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୧୦୨.୧୫ ପଇସା ରହିଛି । ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୨ ଟଙ୍କା ୧୨ ପଇସା ଓ ଡିଜେଲ ଦର ୯୫ ଟଙ୍କା ୨୦ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୮ ଟଙ୍କା ୧୮ ପଇସା ରହିଥିବା ବେଳେ ଡିଜେଲ ଲିଟର ପିଛା ୯୭. ୮୩ ଟଙ୍କା ରହିଛି । ତେବେ ଆମେ ଯଦି କୋଲକାତା ରେ ପେଟ୍ରୋଲ ଦର ଦେଖିବା ତାହାଲେ ପେଟ୍ରୋଲ ୧୧୩. ୫୧ ଥିବାବେଳେ ଡିଜେଲ ଦର ୯୯ ଟଙ୍କା ୮୨ ପଇସା ରହିଛି ।ଚେନ୍ନାଇରେ ପେଟ୍ରୋଲ ଦର ୧୦୭ ଟଙ୍କା ୭୬ ପଇସା ଥିବା ବେଳେ ଡିଜେଲ ଦାମ ୯୯ ଟଙ୍କା ୫୫ ପଇସା ରହିଛି । ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।