ଦେଶରେ ଓମିକ୍ରନର ଡବଲ ସେଞ୍ଚୁରୀ

ନୂଆଦିଲ୍ଲୀ: ଦେଶରେ ବଢୁଛି ଓମିକ୍ରନର ଭୟ । ସାରା ଦେଶକୁ ନିଜ କବଳକୁ ନେଉଛି କୋରୋନାର ନୂଆ ଭାରିଏଣ୍ଟ ଓମିକ୍ରନ । ଆଜି କେରୋନାର ନୂଆ ଭାରିଏଣ୍ଟ ଦେଶରେ ଡବଲ ସେଞ୍ଚୁରୀ ଲଗାଇଛି । ଏ ପର୍ଯ୍ୟନ୍ତ ଓମିକ୍ରନ କବଳରେ ଦେଶର ୨୦୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସାରିଛନ୍ତି । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ସ୍ୱସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ, ମହାରାଷ୍ଟ୍ର ଏବଂ ଦିଲ୍ଲୀରୁ ସର୍ବାଧିକ ୫୪ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ସେହିପରି ତେଲେଙ୍ଗାନାରୁ ୨୦, କର୍ଣ୍ଣାଟକରୁ ୧୯, ରାଜସ୍ଥାନରୁ ୧୮, କେରଳରୁ ୧୫, ଗୁଜୁରାଟରୁ ୧୪, ଉତ୍ତର ପ୍ରଦେଶରୁ ୨ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଆନ୍ଧ୍ର ପ୍ରଦେଶ, ଚଣ୍ଡୀଗଡ, ତାମିଲନାଡୁ, ପଶ୍ଚିମବଙ୍ଗରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ତାଳିକାରେ ଓଡିଶାର ନାଁ ନାହିଁ ।
ସେପଟେ ଓଡିଶାରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇଲେ ଦେଶର ଆକ୍ରାନ୍ତଙ୍କ ସଂଖ୍ୟା ୨୦୨ରେ ପହଞ୍ଚିବ । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁଯାୟୀ ୧୨ ରାଜ୍ୟରୁ ୨୦୦ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୭୭ ଜଣ ସୁସ୍ଥ ହୋଇ ସାରିଲେଣି । ମହାରାଷ୍ଟ୍ରରେ ସର୍ବାଧିକ ୨୮ ଜଣ ସୁସ୍ଥ ହୋଇଥିବା ବେଳେ ଦିଲ୍ଲୀରୁ ୧୨ ଜଣ ସୁସ୍ଥ ହୋଇଛନ୍ତି ।