ଆଜି ବି ରାଜ୍ୟରେ ପ୍ରବଳ ବର୍ଷା, କିଛି ସ୍ଥାନରେ ଅତିପ୍ରବଳ ବର୍ଷା

ଭୁବନେଶ୍ଵର: ଗତ ସପ୍ତାହେ ଧରି ରାଜ୍ୟରେ ଲାଗିରହିଛି ଲଗାଣ ବର୍ଷା । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ଥିବା ଲଘୁଚାପ କ୍ଷେତ୍ରର ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ବି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଦିନସାରା ଲାଗି ରହିବ ବର୍ଷା । ଆଜି ଅଧା ଓଡ଼ିଶା ପାଇଁ ରହିଛି ୱାର୍ଣ୍ଣିଂ । ପ୍ରବଳ ବର୍ଷା ନେଇ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା ରହିଛି । ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିବା ସମ୍ଭାବନା ଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ତେବେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ଭିତରକୁ ଯିବା ପାଇଁ ବାରଣ କରାଯାଇଛି । ତେବେ ଆସନ୍ତାକାଲି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଲଘୁଚାପ ଯୋଗୁଁ ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିବ ।