ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଜାରୀ

ବ୍ୟୁରୋ : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ଆଜି ଗଣେଶ ପୂଜା ଥିବାବେଳେ ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଆଜି ମୟୁରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ସୋନପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୁନ୍ଦରଗଡ଼ ଓ ଦେବଗଡ଼ ପରି କେତକ ଜିଲ୍ଲାରେ ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି। ଏଥିସହ ବାଲେଶ୍ୱର , ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଯାଜପୁର, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗୀର , କଳାହାଣ୍ଡି ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ତେବେ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।