ଲିଟର ପିଛା ୨୦ଟଙ୍କା ବୃଦ୍ଧି ପାଇଛି ଖାଇବା ତେଲ

ଭୁବନେଶ୍ବର: ରାଜ୍ୟରେ ପନିପରିବା ଓ ପିଆଜ ଦର ବୃଦ୍ଧି ପରେ ଏବେ ମହଙ୍ଗା ହୋଇଛି ଖାଇବା ତେଲ। ଲିଟର ପିଛା ୨୦ଟଙ୍କା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର।ପାମୋଲିନ, ସୂର୍ଯ୍ୟମୁଖୀ ଏବଂ ସୋୟାବିନ ତେଲ ଉପରେ ଆମଦାନୀ ଶୁଳ୍କ ବଢ଼ାଇ ଗ୍ରାହକଙ୍କ ଉପରେ ବୋଝ ଉପରେ ନଳିତା ବିଡ଼ା ଲଦି ଦେଇଛନ୍ତି । ଶୁଳ୍କ ବୃଦ୍ଧି ଫଳରେ ଖୁଚୁରା ବଜାରରେ ବିଭିନ୍ନ ପ୍ରକାର ଖାଇବା ତେଲ ଦରରେ ୨୦ ଟଙ୍କା ବୃଦ୍ଧି ଘଟିଛି। ଦିନକ ତଳେ ସୋରିଷ ତେଲ ଦର ଲିଟର ପିଛା ୧୪୦ ଟଙ୍କା ଥିବାବେଳେ ଆଜି ଏହା ୧୬୦ ଟଙ୍କାରେ ବିକ୍ରି ହେଉଛି। ସେହିଭଳି ବିଭିନ୍ନ ପ୍ରକାର ରିଫାଇନ ତେଲ ପୂର୍ବରୁ ଲିଟର ପିଛା ୧୦୮ ଟଙ୍କାରେ ବିକ୍ରି ହେଉଥିବାବେଳେ ଆଜି ବିଭିନ୍ନ ସ୍ଥାନରେ ୧୨୦ରୁ ୧୩୦ ଟଙ୍କା ଭଳି ଉଚ୍ଚଦାମରେ ବିକ୍ରି ହେଉଛି।ଏହାର ସିଧାସଳଖ ପ୍ରଭାବ ସାଧାରଣ ଖାଉଟିଙ୍କ ପକେଟ ଉପରେ ପଡ଼ିଛି।