(ଭୁବନେଶ୍ୱର) : ଶେଷ ହେଲା ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ । ଏ ନେଇ ରାଜ୍ୟ ନିର୍ବାଚନ ଆୟୋଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ତେବେ ପ୍ରାର୍ଥୀଙ୍କ ମୃତ୍ୟୁ ଯୋଗୁଁ ୨୩ ସ୍ଥାନରେ ନିର୍ବାଚନ ବନ୍ଦ ରହିଛି। ଆଜି ସକାଳୁ ବିଭିନ୍ନ ମତଦାନ କେନ୍ଦ୍ରରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ରାଜନୈତିକ ହିଂସା ମଧ୍ୟ ଦେଖିବାକୁ ମିଳିଛି।
ସୂଚନାନୁଯାୟୀ , ଗୋଟିଏ ଜିଲ୍ଲା ପରିଷଦ, ୬ଟି ସରପଞ୍ଚ ପଦବୀ ପାଇଁ ନିର୍ବାଚନ ବନ୍ଦ ହୋଇଛି। ସେହିପରି ୩ଟି ପଞ୍ଚାୟତ ସମିତି ସଭ୍ୟ, ୧୩ଟି ୱାର୍ଡମେମ୍ବର ପଦବୀରେ ନିର୍ବାଚନ ବନ୍ଦ ହୋଇଛି। ପଞ୍ଚାୟତ ନିର୍ବାଚନକୁ ନେଇ ଗାଁ ରାଜନୀତି ସରଗରମ ରହିଛି।