ମାର୍ଚ୍ଚ ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ । ନିର୍ବାଚନ ନେଇ ପ୍ରେସ୍ନୋଟ୍ ଜାରି କଲେ ECI । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ ବୋଲି ପ୍ରେସନୋଟ୍ ଜାରି କରି ଭାରତୀୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି । ତେବେ ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ। ଏନେଇ ଫେବୃଆରୀ ୨୬ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି । ମାର୍ଚ୍ଚ ୫ ନାମାଙ୍କନ ଦାଖଲର ଶେଷ ତାରିଖ ଏବଂ ୬ରେ ହେବ ଯାଞ୍ଚ । ମାର୍ଚ୍ଚ ୯ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିବ । ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ ଭୋଟ୍ ଗ୍ରହଣ କରାଯିବ । ଅପରାହ୍ଣ ୫ଟାରେ ହେବ ଭୋଟ୍ ଗଣତି । ତେବେ ଓଡ଼ିଶାର ୪ ରାଜ୍ୟସଭା ସାଂସଦ ମମତା ମହାନ୍ତ, ମୁନା ଖାନ୍, ସୁଜିତ୍ କୁମାର, ନିରଞ୍ଜନ ବିଶିଙ୍କ କାର୍ଯ୍ୟକାଳ ଏପ୍ରିଲ ୨ରେ ସରୁଛି ।