ଆଖି ବୁଜିଲେ ପୂର୍ବତନ ବିଧାୟିକା ରୋଶନୀ ସିଂଦେଓ

ତାଙ୍କ ମୃତ୍ୟୁ ଖବର ଶୁଣିବା ପରେ କଳାହାଣ୍ଡି ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି l

(କୋକସରା) : ପରଲୋକରେ ପୂର୍ବତନ ବିଧାୟିକା ରୋଶନୀ ସିଂଦେଓ । ୮୨ ବର୍ଷ ବୟସରେ ଭୁବନେଶ୍ବରସ୍ଥିତ ବାସଭବନରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁ ଖବର ଶୁଣିବା ପରେ କଳାହାଣ୍ଡି ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି l ତାଙ୍କ ମର ଶରୀର ଜୟପାଟଣା ଅଣାଯାଉଥିବା ସୂଚନା ମିଳିଛି।

ସୂଚନାନୁଯାୟୀ ,ବିଧାୟିକା ଜନତା ଦଳରୁ ୧୯୯୫ରୁ ୨୦୦୦ ଓ ବିଜୁ ଜନତା ଦଳ ରୁ ୨୦୦୦ ରୁ ୨୦୦୪ ପର୍ଯ୍ୟନ୍ତ ବିଧାୟିକା ରହିଥିଲେ l ଧର୍ମଗଡ଼ ନିର୍ବାଚନ ମଣ୍ଡଳୀ ବିଭାଜନ ପରେ ତାଙ୍କ ସୁପୁତ୍ର ପୁଷ୍ପେନ୍ଦ୍ର ସିଂଦେଓ ବିଜୁ ଜନତା ଦଳରୁ ୨୦୦୪ ରୁ ୨୦୧୯ ପର୍ଯ୍ୟନ୍ତ ଧର୍ମଗଡ ନିର୍ବାଚନ ମଣ୍ଡଳୀରୁ କ୍ରମାଗତ ବିଧାୟକ ରହିଥିଲେ l