ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ: ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହେବ । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ବୈଠକରେ ଧାଡ଼ି ଦର୍ଶନ ଆବଶ୍ୟକତା ନେଇ ବିସ୍ତୃତ ଭାବେ ଆଲୋଚନା ହେବ । ଧାଡ଼ି ଦର୍ଶନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଆସନ୍ତା ୧୫ରେ ଏହା କାର୍ଯ୍ୟକାରୀ ହେବ । ସେହିପରି ବୈଠକରେ ରତ୍ନଭଣ୍ଡାର ଗଣତି ମଣତି ନେଇ ଆଲୋଚନା ହେବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।

ଶ୍ରୀମନ୍ଦିର ପରିଚାଳନା କମିଟିର ସ୍ଥାୟୀ ସଭାପତି ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ । ପ୍ରଥମ ବୈଠକରେ ନୂତନ କମିଟି ସଦସ୍ୟଙ୍କୁ ସ୍ୱାଗତ କରିବା ସହ ଏକ ସବ କମିଟି ଗଠନ କରାଯିବ । ଏହାପୂର୍ବରୁ ସେପ୍ଟେମ୍ବର ୨ ତାରିଖରେ ହେବ ଛତିଶାନିଯୋଗ ବୈଠକ । ପରଦିନ ଅର୍ଥାତ୍ ୩ ତାରିଖରେ ଚନ୍ଦ୍ରଗ୍ରହଣ ନୀତିନିର୍ଘଣ୍ଟକୁ ମୋହର ମାରିବ ନୂତନ ପରିଚାଳନା କମିଟି ।