ଭୁବନେଶ୍ୱର : ରାଜ୍ୟ ବିଜେପି କାର୍ୟ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ଢେଙ୍କାନାଳ ଜିଲ୍ଲାର ସହସ୍ରାଧିକ କର୍ମୀଙ୍କ ସହ ବିଜେପିରେ ମିଶିଲେ ଅଞ୍ଜଳି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ସମୀର ମହାନ୍ତି ଓ ଅନ୍ୟାନ୍ୟ ନେତୃମଣ୍ଡଳୀଙ୍କ ଉପସ୍ଥିତିରେ ଶତାଧିକ ସମର୍ଥକଙ୍କ ସହ ଶ୍ରୀମତୀ ବେହେରା ରାଜ୍ୟ କାର୍ୟ୍ୟାଳୟରେ ଆଜି ବିଧିବଦ୍ଧ ଭାବରେ ବିଜେପିରେ ଯୋଗ ଦେଇଛନ୍ତି ।
ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ନିର୍ବାଚନ ମଣ୍ଡଳୀରୁ ତିନି ଥର ବିଜେଡିର ବିଧାୟିକା ଥିଲେ ଅଞ୍ଜଳି। ୨୦୦୦, ୨୦୦୪ ଓ ୨୦୦୯ରେ ବିଜେଡି ଟିକେଟରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ନବୀନ ପଟ୍ଟନାୟକଙ୍କ ସରକାରରେ ଦୁଇ ଥର ମନ୍ତ୍ରୀ ହେବାର ସୁଯୋଗ ମଧ୍ୟ ପାଇଥିଲେ ସେ । ୨୦୧୪ରେ ତାଙ୍କୁ ଦଳୀୟ ଟିକେଟ ଦିଆଯାଇନଥିଲା । ପରେ ଦଳବିରୋଧୀ କାର୍ୟ୍ୟ ଅଭିଯୋଗରେ ବିଜେଡି ତାଙ୍କୁ ବହିଷ୍କାର ମଧ୍ୟ କରିଥିଲା।