ବିଜେଡିରେ ସାମିଲ ହେଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା

ଭୁବନେଶ୍ୱର: ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ। ବିଜେଡିରେ ସାମିଲ ହେଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା । ନିଜର ଶତାଧିକ କର୍ମୀଙ୍କ ସହ ଆସି ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଇଛନ୍ତି । ସାଂସଦ ମାନଓ ମଙ୍ଗରାଜ ଓ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ଦଳରେ ଯୋଗଦେଇଛନ୍ତି ।
ସୂଚନା ଅନୁଯାୟୀ, ୨୦୨୪ ମସିହାରେ ପ୍ରକାଶ ସାଲେପୁର ବିଧାନସଭା ଆସନରୁ କଂଗ୍ରେସ ଟିକେଟରେ ବିଜୟୀ ହୋଇଥିଲେ । ଏହାପରେ ୨୦୧୯ ନିର୍ବାଚନ ପୂର୍ବରୁ ପ୍ରାକାଶ କଂଗ୍ରେସ ଛାଡି ବିଜେପିରେ ମିଶିଥିଲେ । ଏବହ ସେ ସେହି ବର୍ଷ ବିଜେପି ଟିକେଟରେ ସାଲେପୁର ବିଧାନସଭା ଆସନରୁ ନିର୍ବାଚନ ଲଢିଥିଲେ । ହେଲେ ଚଳିତ ବର୍ଷ ସେ ନିର୍ବାଚନ ପୂର୍ବରୁ ମାର୍ଚ୍ଚ ୨୯ ରେ ବିଜେପିରୁ ଇସ୍ତଫା ଦେଇ ଆଜି ବିଜେଡିରେ ସାମିଲ ହୋଇଛନ୍ତି ।