ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତି ଗୁରୁତର, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର : ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତି ଗୁରୁତର | ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି | ମହେଶ୍ୱର ବୁଧୁବାର ହଟାତ ଅସୁସ୍ଥ ହୋଇପଡ଼ିଥିଲେ | ତାଙ୍କୁ ସଙ୍ଗେ ସଙ୍ଗେ ରାଜଧାନୀର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା | ତାଙ୍କର ମତିଷ୍କ ଜନିତ ଚିକିତ୍ସା ଚାଲିଥିବା ବିଶେଷ ସୂତ୍ରରୁ ଜଣା ପଡିଛି | ତେବେ ଏନେଇ ତାଙ୍କ ପରିବାର ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ |