ସଡ଼କ ଦୁର୍ଘଟଣାକୁ ସମାପ୍ତ କରିବାକୁ ହେବ: ଗଡ଼କରୀ

ଭୁବନେଶ୍ଵର: ବଢୁଥିବା ସଡ଼କ ଦୁର୍ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ଗଡ଼କରୀ । ଇଣ୍ଡିଆନ ରୋଡ୍ସ କଂଗ୍ରେସ ଅଧିବେଶନରେ ଗଡ଼କରୀଙ୍କ ଉଦ୍‌ବେଗ ପ୍ରକାଶ । ସଡ଼କ ଦୁର୍ଘଟଣାକୁ ସମାପ୍ତ କରିବାକୁ ହେବ କହିଲେ ଗଡ଼କରୀ । ଦୁର୍ଘଟଣାରେ ଦୈନିକ ୪୨୦ ଜଣଙ୍କ ମୃତ୍ୟୁ ହେଉଛି । ସେଥିମଧ୍ୟରୁ ୬୬% ୧୮ରୁ ୩୬ ବର୍ଷ ବୟସର । ତେଣୁ ସଡ଼କ ସୁରକ୍ଷା ପ୍ରତି ଧ୍ୟାନ ଦେବାକୁ ହେବ । ରୋଡ୍‌ ଇଞ୍ଜିନିୟରିଂରେ ତ୍ରୁଟି ହେବାକୁ ଦେବାନି । DPRରେ ତ୍ରୁଟି ଯୋଗୁଁ ଅଧିକାଂଶ ଦୁର୍ଘଟଣା ଘଟେ । ଆମେ ଏହାକୁ ହାଲୁକା ଭାବେ ନେଇ କୌଣସି ସୁଧାର କରି ନଥାଉ । ଭୂସ୍ଖଳନ ସ୍ଥାନ ଓ ବ୍ଲାକ୍ ସ୍ପଟ୍ ଚିହ୍ନଟ କରନ୍ତୁ, ସଡ଼କ ସୁରକ୍ଷାକୁ ଗୁରୁତ୍ଵ ଦିଆଯାଉ ବୋଲି କହିଛନ୍ତି ଗଡ଼କରୀ ।

ସେ ଆହୁରି କହିଛନ୍ତି, ଓଡ଼ିଶା ସମେତ କିଛି ରାଜ୍ୟରେ ଚାଲିବ ହାଇଡ୍ରୋଜେନ୍ ଗାଡ଼ି । ପାଇଲଟ ପ୍ରୋଜେକ୍ଟରେ ଓଡ଼ିଶା ସମେତ କିଛି ରାଜ୍ୟରେ ଚାଲିବ । ହାଇଡ୍ରୋଜେନ ଆମେ ପ୍ରସ୍ତୁତ କରୁଛୁ, ଏହା ହେଉଛି ଭବିଷ୍ୟତ । ଦେଶର ଚାଷୀ କେବଳ ଅନ୍ନଦାତା ନୁହନ୍ତି, ଇନ୍ଧନଦାତା ମଧ୍ୟ । ଏବେ ଚାଷୀ ଇଥାନଲ୍ ପ୍ରସ୍ତୁତ କରୁଛି, ନଡ଼ା ଓ ବାଉଁଶରୁ ଇନ୍ଧନ ପ୍ରସ୍ତୁତ ହେଉଛି । ଏହାକୁ ଓଡ଼ିଶା ସରକାର ପ୍ରୋତ୍ସାହନ କରିବା ଉଚିତ୍ ବୋଲି କହିଛନ୍ତି ଗଡ଼କରୀ ।

ତେବେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ବରେ ଦେଶରେ ସଡ଼କ ନିର୍ମାଣରେ ଦ୍ରୁତ ବିକାଶ ହୋଇଛି । ବିଭାଗ ପାଖରେ ୧୫ ଲକ୍ଷ କୋଟି ଟଙ୍କା ପଡ଼ିରହିଛି । ଅର୍ଥର କୌଣସି ଅଭାବ ନାହିଁ, ମୁଖ୍ୟ ସମସ୍ୟା ହେଉଛି ଖର୍ଚ୍ଚ କରିବା । ଅର୍ଥ ଖର୍ଚ୍ଚ କରିବାକୁ ହେଲେ ସକରାତ୍ମକ ଚିନ୍ତା ଓ ଟ୍ରାନ୍ସପରେନ୍ସି ଆବଶ୍ୟକ । ଏଥିସହ ଶୀଘ୍ର ନିଷ୍ପତ୍ତି ନେବା ଦରକାର । ଯାହା ବି ନିଷ୍ପତ୍ତି ନିଅନ୍ତୁ ଶୀଘ୍ର ନିଅନ୍ତୁ । ସଚ୍ଚୋଟ ବି ହେବା ଦରକାର, ଶୀଘ୍ର ନିଷ୍ପତ୍ତି ମଧ୍ୟ ନେବା ଆବଶ୍ୟକ । ଦେଶକୁ ଆଗକୁ ନେବାକୁ ହେଲେ ଏସବୁ ଆବଶ୍ୟକ ବୋଲି କହିଛନ୍ତି ଗଡ଼କରୀ ।