ପୁରୀ;- ଆଜି ପବିତ୍ର ରାକ୍ଷାୀ ପୂର୍ଣ୍ଣିମା । ଏହିଦିନ ଭାଇକୁ ରାକ୍ଷୀ ବାନ୍ଧୀ ଭଉଣୀ ମାଗେ ସୁରକ୍ଷା । ଏହି ପବିତ୍ର ରାକ୍ଷୀ ପୂର୍ଣ୍ଣିମାରେ ଘରେ ଗୋମାତାଙ୍କୁ ପୂଜା କରାଯାଇଥାଏ । ଆଜି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି କରାଯିବ । ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ ଧୁମଧାମରେ ଅନୁଷ୍ଠିତ ହେବ । ଦେବୀ ସୁଭଦ୍ରା ଦୁଇ ଭାଇ ଜଗା ଓ ବଳିଆଙ୍କୁ ରାକ୍ଷୀ ବାନ୍ଧି ନିଜର ସୁରକ୍ଷା ମାଗିବେ । ଭଉଣୀଙ୍କ ଥିବା ଏହି ସମ୍ପର୍କ ଡୋରି ନିଦର୍ଶନକୁ ଗହ୍ମାପୂର୍ଣ୍ଣମୀରେ ଦର୍ଶନ କରି ନିଜକୁ ଧନ୍ୟ ମଣିବେ ଭକ୍ତ । ତେବେ ଭାଇ ଭଉଣୀର ପବିତ୍ର ସମ୍ପର୍କର ନିଦର୍ଶନ ସ୍ଵରୁପ ପାଟରା ବିଶୋୟୀଙ୍କ ଦ୍ୱାରା ପ୍ରସ୍ତୁତ ସ୍ୱତନ୍ତ୍ର ରାକ୍ଷୀ ଓ ଗୁଆମାଳକୁ ମହାପ୍ରଭୁଙ୍କୁ ସିଂହାରୀ ସେବକ ମାନେ ଲାଗି କରାଇବେ । ସେହିପରି ଆଜି ପ୍ରଭୁ ସୁଦର୍ଶନ ଚାରି ଆଶ୍ରମକୁ ବିଜେ କରିବାକୁ ଥିବା ବେଳେ ମାର୍କଣ୍ଡ ପୁଷ୍କରିଣୀ ଠାରେ ବଳଭଦ୍ରଙ୍କ ଜନ୍ମନୀତି ମଧ୍ୟ ଅନୁଷ୍ଠିତ ହେବ । ମାନେ ସୁଦର୍ଶନଙ୍କୁ ବିମାନରେ ବସାଇ ଚାରି ଆଶ୍ରମ ଭ୍ରମଣ କରାଇବା ପରେ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ ।