ପାର୍ବଣ ଋତୁ ଆରମ୍ଭ ହେବା ପୂର୍ବରୁ ପୁଣି ଉପରମୁହାଁ ହୋଇଛି ସୁନା ଓ ରୁପା ଦର । ଗତ ପ୍ରାୟ ଏକ ସପ୍ତାହ ଧରି ସୁନା-ରୁପା ଦରରେ ବଢ଼ିବାର ଟ୍ରେଣ୍ଡ ଜାରି ରହିଛି । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୫,୬୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୨,୭୦୦ ଟଙ୍କା ଛୁଇଁଛି ।

ସେହିପରି ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୫,୬୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୪୨,୭୦୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୫,୬୬୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୪୨,୭୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୫୫,୮୧୦ ଟଙ୍କା ଓ ୨୨ କ୍ୟାରଟେ ୧,୪୨,୮୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୫୫,୬୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୨,୭୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୫,୬୬୦ ଓ ୨୨ କ୍ୟାରେଟ ମୂଲ୍ୟ ୧,୪୨,୭୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୫୦,୦୦୦ ଟଙ୍କା ହୋଇଛି ।
