ଭୁବନେଶ୍ଵର: ଲଗାତାର ବୃଦ୍ଧି ପାଉଥିବା ସୁନା ଦର ପୁଣି ଥରେ ଚିନ୍ତା ବଢାଇ ଦେଇଛି । ଭୂରାଜନୈତିକ ଉତ୍ତେଜନା ଏବଂ ବିଶ୍ୱ ଅନିଶ୍ଚିତତା ମଧ୍ୟରେ ଆଜି ପୁଣି ଥରେ ସୁନା ଦର ବୃଦ୍ଧି ପାଇଛି। ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୦.୧୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନା ଦର ୯୧ ,୮୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୦୦,୦୫୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୧ ହଜାର ୮୦୦ ଟଙ୍କାକୁ ପହଞ୍ଚିଛି ।
ଅନ୍ୟପଟେ ମୁମ୍ବାଇରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧,୦୦,୦୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ୍ ମୂଲ୍ୟ ୯୧ ହଜାର ୯୫୦ଟଙ୍କା ରହିଛି । ସେହିପରି ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧, ୦୦,୩୦୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ୍ ୯୧,୯ ୫୦ ଟଙ୍କା ରହିଛି । ସେପଟେ ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୦୦,୦୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୧ ହଜାର ୮୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ର ୧, ୦୦,୦୫୦ ଓ ୯୧ ହଜାର ୮୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୨୬ ,୦୦୦ ଟଙ୍କା ହୋଇଛି ।
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।