ପୁଣି କମିଲା ସୁନା ଦର: ୨୪ କ୍ୟାରେଟ୍ ସୁନା ମୂଲ୍ୟ ୮୯ ହଜାର ୭୩୦ ଟଙ୍କା

ନୂଆଦିଲ୍ଲୀ: ବେଶ କିଛି ଦିନ ସୁନା ବଜାରରେ ନିଆଁ ଲାଗିଥିବା ବେଳେ ଗ୍ରାହକଙ୍କ ପକେଟକୁ ଭାରି ବାଧୁଥିଲା । ହେଲେ ଏବେ ବିଗତ ଦିନମାନଙ୍କରେ ଆଶ୍ୱସ୍ତିକର ସଙ୍କେତ ଦେଉଛି ସୁନା ବଜାର  । ଗତ ଦୁଇଦିନ ହେବ ଲଗାତାର ସୁନା ଦରରେ ହ୍ରାସ ପରିଲକ୍ଷିତ ହୋଇଛି  । ତେବେ ଆସନ୍ତୁ ଯାଣିବା ସୁନାର ଦର କେତେ ରହିଛି । ତେବେ ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୯ ହଜାର ୭୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୨ ହଜାର ୨୫୦ ଟଙ୍କାକୁ ପହଞ୍ଚିଛି ।

ସେହିପରି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୯ ହଜାର ୭୩୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୨, ୨୫୦ ଟଙ୍କା ଛୁଇଁଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୮୯, ୭୩୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୨ ,୨୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୮୯, ୮୮୦ ଟଙ୍କା ଓ ୨୨ କ୍ୟାରେଟ୍ ୮୨ ,୪୦୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୮୯, ୭୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୨,୨୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୮୯, ୭୩୦ ଓ ୮୨ ,୨୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୯୪, ୦୦୦ ଟଙ୍କା ହୋଇଛି ।