ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ସରକାରୀ ଯନ୍ତ୍ରୀ

କଟକ: ସରକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ । ଆଜି ସରକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର ସମେତ  ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା ଭିଜିଲାନ୍ସ । ଜୟପୁରରେ ଥିବା ତିନି ମହଲା ଘର, ଗଂଜାମ ବେଲଗୁଣ୍ଠାରେ ଥିବା ଦୁଇ ମହଲା ପୈତୃକ ଘର , ଭୁବନେଶ୍ୱର ନିଳାଦ୍ରୀ ବିହାର ସ୍ଥିତ ସମ୍ପର୍କୀୟ ଘରେ, ଜୟପୁର ବ୍ଲକରେ ଥିବା କାର୍ଯ୍ୟାଳୟ, ଜୟପୁର ମୁନିସିପାଲିଟିରେ ଥିବା କାର୍ଯ୍ୟାଳୟରେ ଚଢାଉ । ଚଢାଉ କରିଥିଲା । ୨୦୧୬ ରୁ ନିୟମିତ ଚାକିରିରେ ଥିଲେ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର।

ଚଢ଼ାଉ ବେଳେ ୧ କୋଟି ଟଙ୍କାର ଜମା ଠାବ ହୋଇଥିଲା । ୧ କୋଟି ୫୫ ଲକ୍ଷ ଟଙ୍କାର ଘର ସହ ଦୁଇଟା କୋଠା ଓ ୧୮ ପ୍ଲଟର ମାଲିକ ବିଶ୍ୱନାଥ ପାତ୍ର । ସେହିପରି  ଭୁବନେଶ୍ୱର ପ୍ରାଇମ ଲୋକେସନରେ ରହିଛି ୬ ଟି ପ୍ଲଟ । ୮୫୦ ଗ୍ରାମ ସୁନା ଅଳଙ୍କାର ଠାବ କରିଥିଲା ଭିଜିଲାନ୍ସ । ୧୮୦୦ ଗ୍ରାମର ରୁପା ସହ ୭ ଲକ୍ଷ ୭୦ ହଜାର ଟଙ୍କାର ଘରକରଣ ସାମଗ୍ରୀ ଜବତ କରିଥିଲା ଭିଜିଲାନ୍ସ ଟିମ୍ ।