ରାଜ୍ୟରେ ଭାଗ ଚାଷୀଙ୍କ ପାଇଁ ନୂଆ ଆଇନ ଆଣିପାରନ୍ତି ସରକାର । ଏନେଇ ସଂକେତ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ହୋଇପାରିଲେ ଭାଗଚାଷୀମାନେ ସରକାରୀ ସୁବିଧା ପାଇ ପାରିବେ । ଆଜି ରାଜସ୍ୱ ବିଭାଗର ଉପନିବନ୍ଧନ କାର୍ଯ୍ୟାଳୟ ଉଦଘାଟନ ଅବସରରେ ରାଜସ୍ୱ ବିଭାଗ ବିଚାର କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ଭାଗ ଚାଷୀଙ୍କୁ ଆଇନଗତ ସୁରକ୍ଷା ଦେବାକୁ କାର୍ଯ୍ୟକ୍ରମରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ମୁଖ୍ୟମନ୍ତ୍ରୀଙ୍କୁ କହିଛନ୍ତି । ଏନେଇ ରାଜସ୍ୱ ବିଭାଗ ବିଚାର କରିବାକୁ କହିଛନ୍ତି । ଏହି ଆଇନ ଆସିଲେ ଭାଗ ଚାଷୀମାନେ ମଧ୍ୟ ସରକାରୀ ସୁବିଧା ପାଇପାରିବେ ।
ସେହିପରି ଭାଗ ଚାଷୀ ପ୍ରସଙ୍ଗରେ ରାଜସ୍ଵ ମନ୍ତ୍ରୀ ସୁରେଶ ପୁଜାରୀ କହିଛନ୍ତି ଯେ, ଭାଗ ଚାଷୀ ଆଇନ ପ୍ରସଙ୍ଗରେ କୃଷି ବିଭାଗ, ସମବାୟ ବିଭାଗ ସହିତ ଆଲୋଚନା ହୋଇଛି । ଆଗକୁ ବିଭିନ୍ନ ଷ୍ଟେକ୍ ହୋଲ୍ଡର୍ସଙ୍କ ସହିତ ଆଲୋଚନା କରାଯିବ। ପୂର୍ବ ରିପୋର୍ଟକୁ ଅନୁଧ୍ୟାନ କରାଯାଉଛି। ବାହାର ରାଜ୍ୟର ଆଇନକୁ ମଧ୍ୟ ଅନୁଧ୍ୟାନ କରାଯାଉଛି ।