ତିହିଡି ଗଣ୍ଡଗୋଳରେ ମୃତ୍ୟୁ ସନ୍ତୋଷଙ୍କ ପିଲାଙ୍କ ପାଠପଢା ଖର୍ଚ୍ଚ ସରକାର ବହନ କରିବେ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

ଭଦ୍ରକ-: ଭଦ୍ରକ ତିହିଡି ଥାନା ଅଞ୍ଚଳରେ ଦୁଇ ସମ୍ପ୍ରଦାୟଙ୍କ ମଧ୍ୟରେ ଗଣ୍ଡଗୋଳରେ ଗୁରୁତର ଆହତ ସନ୍ତୋଷ ପରିଡା ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି । ତବେ ସନ୍ତୋଷଙ୍କ ପିଲାଙ୍କ ପାଠପଢା ଖର୍ଚ୍ଚ ସରକାର ବହନ କରିବେ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଗତକାଲି ଦୋଷୀଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ସହ ସନ୍ତୋଷଙ୍କ ନିକଟ ସମ୍ପର୍କୀୟଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା  ସହାୟତା ଏବଂ ପରିବାରର ଜଣଙ୍କୁ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ତବେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ମୁକାବିଲା କରିବା ପାଇଁ ଭଦ୍ରକ ଜିଲ୍ଲାର ୫ ଟି ସ୍ଥାନରେ ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି । ଭଦ୍ରକ ବ୍ଲକ ଓ ପୌରପାଳିକା, ତିହିଡି ବ୍ଲକ, ଧାମନଗର ବ୍ଲକ ଓ ଏନଏସି ଅଞ୍ଚଳରେ ଇଣ୍ଟରନେଟ ସେବା ବନ୍ଦ ରହିବ । ସକାଳ ୬ଟାରୁ ଆସନ୍ତାକାଲି ୬ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ବନ୍ଦ ରହିବ ବୋଲି ଆରକ୍ଷୀ ଅଧୀକ୍ଷକ ମନୋଜ ରାଉତ ସୂଚନା ଦେଇଛନ୍ତି ।