ଭୁବନେଶ୍ୱର-: ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଶୋକ ପ୍ରକାଶ କରି ରାଜ୍ୟପାଳ କହିଛନ୍ତି, ଛାତ୍ରୀଙ୍କ ମୃତ୍ୟୁ ଖବର ଶୁଣି ମୁଁ ମର୍ମାହତ। ଏହା ଆମର କ୍ୟାମ୍ପସକୁ ସୁରକ୍ଷିତ ରଖିବା ଲାଗି ବାର୍ତ୍ତା ଦେଇଛି। ଯେଉଁମାନେ ଏଥିରେ ଦୋଷୀ ଆଇନ୍ ସେମାନଙ୍କୁ କଠୋର ଦଣ୍ଡରେ ଦଣ୍ଡିତ କରିବ।
Shattered to learn of the untimely loss of a young student from Fakir Mohan Autonomous College. Her passing is not just a tragedy—it is a stark reminder of the urgent need to safeguard our campuses.
The law will take its toughest course. Those responsible will face…
— Dr. Hari Babu Kambhampati (@DrHariBabuK) July 15, 2025
ସେହିପରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ। ସରକାରଙ୍କ ସମସ୍ତ ଦାୟିତ୍ୱ ନିର୍ବାହ ତଥା ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅକ୍ଲାନ୍ତ ପରିଶ୍ରମ ସତ୍ତ୍ୱେ ପୀଡ଼ିତାଙ୍କ ଜୀବନ ରକ୍ଷା ହୋଇପାରିଲା ନାହିଁ । ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାରବର୍ଗଙ୍କୁ ଏହି ଅପୂରଣୀୟ କ୍ଷତି ସହ୍ୟ କରିବା ପାଇଁ ଶକ୍ତି ପ୍ରଦାନ କରିବା ନିମନ୍ତେ ମୁଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି । ମୁଁ ଛାତ୍ରୀଙ୍କ ପରିବାରକୁ ଆଶ୍ୱାସନା ଦେଉଛି ଯେ ସମ୍ପୃକ୍ତ ମାମଲାରେ ସମସ୍ତ ଦୋଷୀଙ୍କୁ ଆଇନ ଅନୁଯାୟୀ କଠୋରରୁ ଅତି କଠୋର ଦଣ୍ଡ ବିଧାନ କରାଯିବ। ଏଥିପାଇଁ ବ୍ୟକ୍ତିଗତ ଭାବେ ମୁଁ ଅଧିକାରୀଙ୍କୁ ନିର୍ଦ୍ଦେଶ ପ୍ରଦାନ କରିଛି। ପରିବାର ସହିତ ସରକାର ଦୃଢ଼ ଭାବରେ ଛିଡ଼ା ହୋଇଛନ୍ତି । ତେବେ ଦିବଂଗତ ଛାତ୍ରୀଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିବା ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।
ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ। ସରକାରଙ୍କ ସମସ୍ତ ଦାୟିତ୍ୱ ନିର୍ବାହ ତଥା ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅକ୍ଲାନ୍ତ ପରିଶ୍ରମ ସତ୍ତ୍ୱେ ପୀଡ଼ିତାଙ୍କ ଜୀବନ ରକ୍ଷା ହୋଇପାରିଲା ନାହିଁ । ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାରବର୍ଗଙ୍କୁ ଏହି ଅପୂରଣୀୟ…
— Mohan Charan Majhi (@MohanMOdisha) July 14, 2025