ଜୋର୍ ଜବରଦସ୍ତି କନ୍ୟାର ବିବାହ କରିପାରିବେ ନାହିଁ ଅଭିଭାବକ: ହାଇକୋର୍ଟ

ଭୁବନେଶ୍ବର : ଝିଅ ବିବାହକୁ ନେଇ ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ । ବିବାହ ପୂର୍ବରୁ ପରିବାର ଲୋକ ଝିଅର ସ୍ବୀକୃତି ନେବା ଜରୁରୀ । ଜୋର୍ ଜବରଦସ୍ତି କନ୍ୟାର ବିବାହ କରି ପାରିବେ ନାହିଁ ଅଭିଭାବକ । ଝିଅ ନିଖୋଜ ଅଭିଯୋଗରେ ଦାୟର ହୋଇଥିବା ଏକ ‘ହେବିୟସ କର୍ପସ’ ପିଟିସନ୍‌ର ଶୁଣାଣି କରି ହାଇକୋର୍ଟ ଏଭଳି ଉଲ୍ଲେଖ କରିଛନ୍ତି । ବିବାହ କ୍ଷେତ୍ରରେ ଝିଅର ନିଷ୍ପତ୍ତି ସବୁଠୁ ଗୁରୁତ୍ବପୂର୍ଣ୍ଣ ବୋଲି କହିଛନ୍ତି । ବିବାହକୁ ନେଇ କୌଣସି ନିଷ୍ପତ୍ତି ଅଭିଭାବକଙ୍କ ଦ୍ବାରା ନିଆଯିବା ପୂର୍ବରୁ ଝିଅର ଅନୁମତି ନିଆଯିବା ଉଚିତ୍ । ଯେତେବେଳେ ଜଣେ ଝିଅ ବିବାହ ପାଇଁ ପ୍ରସ୍ତୁତ ନଥାଏ, ମାନସିକ ଚାପ କିମ୍ବା ବଳ ପ୍ରୟୋଗ କରି ତାଙ୍କୁ ବାହାଦେବା ଏହା ସମାଜ ପାଇଁ ଅନୁକୂଳ ନୁହେଁ । ପ୍ରାପ୍ତ ବୟସ୍କ ଝିଅର ନିଷ୍ପତ୍ତିକୁ ସମ୍ମାନ ଦେବା ଉପରେ ମଧ୍ୟ ହାଇକୋର୍ଟ ଗୁରୁତ୍ବାରୋପ କରିଛନ୍ତି ।

ତେବେ ଝିଅ ନିଖୋଜ ଥିବା ଅଭିଯୋଗ ନେଇ ବାପାଙ୍କ ତରଫରୁ ଦାୟର ଏକ ହେବିୟସ କର୍ପସ ପିଟିସନ୍‌ର ଶୁଣାଣି କରି ହାଇକୋର୍ଟ ଏଭଳି ଉଲ୍ଲେଖ କରିଛନ୍ତି। ବିବାହ କ୍ଷେତ୍ରରେ ଝିଅର ନିଷ୍ପତ୍ତି ସବୁଠୁ ଗୁରୁତ୍ୱପୂର୍ଣ୍ଣ। ବିବାହକୁ ନେଇ କୌଣସି ନିଷ୍ପତ୍ତି ଅଭିଭାବକଙ୍କ ଦ୍ୱାରା ନିଆଯିବା ପୂର୍ବରୁ ଝିଅର ଅନୁମତି ନିଆଯିବା ଉଚିତ୍। ଯେତେବେଳେ ଜଣେ ଝିଅ ବିବାହ ପାଇଁ ପ୍ରସ୍ତୁତ ନଥାଏ, ମାନସିକ ଚାପ କିମ୍ବା ବଳ ପ୍ରୟୋଗ କରି ତାଙ୍କୁ ବାହାଦେବା ଏହା ସମାଜ ପାଇଁ ଅନୁକୂଳ ନୁହେଁ। ଅଭିଭାବକ ମାନେ ନିଜ ନିଷ୍ପତ୍ତି ପିଲାମାନଙ୍କ ଉପରେ ଲଦି ଦେବାର ଭାବନା ବିରୋଧରେ ପ୍ରଶାସନ ସଚେତନ କରିବା ଆବଶ୍ୟକ। ପ୍ରାପ୍ତ ବୟସ୍କ ଝିଅର ନିଷ୍ପତ୍ତିକୁ ସମ୍ମାନ ଦେବା ଉପରେ ମଧ୍ୟ ହାଇକୋର୍ଟ ଗୁରୁତ୍ୱାରୋପ କରିଛନ୍ତି।