ଆସନ୍ତା ଡିସେମ୍ବର ୧ ତାରିଖରେ ଖୋଲିବ ଗୁଣ୍ଡିଚା ମନ୍ଦିର: ଜିଲ୍ଲାପାଳ

ପୁରୀ: ଆସନ୍ତା ଡିସେମ୍ବର ୧ ତାରିଖରେ ଖୋଲିବ ଗୁଣ୍ଡିଚା ମନ୍ଦିର । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା । ଦୀର୍ଘ ପ୍ରାୟ ୬ ବର୍ଷ ହେଲା ବନ୍ଦ ରହିଛି ଗୁଣ୍ଡିଚା ମନ୍ଦିର । ଗୁଣ୍ଡିଚା ମନ୍ଦିର ନିକଟରୁ ହଟିଛି ଜବରଦଖଲ, ଭକ୍ତଙ୍କ ପାଇଁ ହୋଇଛି ବ୍ୟବସ୍ଥା । ଗୁଣ୍ଡିଚା ମନ୍ଦିରର ପରିଚାଳନା କରିବ ଶ୍ରୀମନ୍ଦିର ପ୍ରଶାସନ । ଟିକେଟ୍ ଦର୍ଶନ ବ୍ୟବସ୍ଥା ହେବ ନା ନାହିଁ ସେନେଇ ପରେ ନିଷ୍ପତ୍ତି ନିଆଯିବ ।

କୋଭିଡ ମହାମାରୀ ଠାରୁ ବନ୍ଦ ରହିଥିଲା ଗୁଣ୍ଡିଚା ମନ୍ଦିର। ଯାହାଫଳରେ ଦୀର୍ଘ ବର୍ଷ ଧରି ଦର୍ଶନରୁ ବଞ୍ଚିତ ରହୁଥିଲେ ସର୍ବସାଧାରଣ । ଆଉ ଏବେ ଗୁଣ୍ଡିଚା ମନ୍ଦିର ସର୍ବସାଧାରଣଙ୍କ ପାଇଁ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ଗୁଣ୍ଡିଚା ମନ୍ଦିର ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁଙ୍କ ପାଇଁ ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି। ଗୁଣ୍ଡିଚା ମନ୍ଦିର ଚତୁଃପାର୍ଶ୍ଵରେ ଥିବା ଜବରଦଖଲ ଉଛେଦ କରାଯାଇଛି। ଟେଣ୍ଡର ଦିଆନଯାଇ ଶ୍ରୀମନ୍ଦିର ପ୍ରଶାସନ ନିଜେ ଏହାକୁ ପରିଚାଳନା କରିବ। ଦର୍ଶନ ପାଇଁ ବିଭିନ୍ନ ପ୍ରକାର ବ୍ୟବସ୍ଥା କରାଯାଇଛି ବୋଲି ସୂଚନା ଦେଇଛନ୍ତି  ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା।