ମାଲକାନଗିରି : ବଡ଼ ଧରଣର ଏନକାଉଣ୍ଟର । ନକ୍ସଲ-ସୁରକ୍ଷାବାହିନୀ ମଧ୍ୟରେ ଗୁଳି ବିନିମୟ। ଛତିଶଗଡ଼ ଦନ୍ତେୱାଡ଼ା ଏବଂ ବିଜାପୁର ଜିଲ୍ଲା ସୀମାନ୍ତ ଜଙ୍ଗଲରେ ଏନକାଉଣ୍ଟର। DRG ଓ STF ଯବାନଙ୍କ ମିଳିତ ଅପରେସନ। ସୁରକ୍ଷାବାହିନୀଙ୍କ ଗୁଳିକୁ ସାମ୍ନା କରି ନପାରି ଛତ୍ରଭଙ୍ଗ ଦେଲେ ମାଓବାଦୀ । ସୁରକ୍ଷାବାହିନୀ ଜଣେ ମହିଳା ନକ୍ସଲଙ୍କ ମୃତଦେହ ଉଦ୍ଧାର କରିଛନ୍ତି ।
ଖବର ଅନୁଯାୟୀ, ଛତିଶଗଡ଼ ବିଜାପୁର ଓ ଦାନ୍ତେଓ୍ୱାଡ଼ା ସୀମାନ୍ତରେ କିଛି ମାଓବାଦୀ ଲୁଚି ରହିଥିବାର ଗୁଇନ୍ଦା ସୂଚନା ପାଇଥିଲା ପୋଲିସ । ଏହାପରେ ପୋଲିସ ଓ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ । ଦୀର୍ଘ ସମୟ ଧରି ପୋଲିସ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟ ଚାଲିଥିଲା । ଶେଷରେ ସୁଯୋଗ ଦେଖି ମାଓବାଦୀମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ । ପରେ ପୋଲିସକୁ ସେଠାରୁ ଏକ ମହିଳା ମାଓବାଦୀଙ୍କ ମୃତଦେହ ମିଳିଛି । ଏହାସହିତ ଘଟଣାସ୍ଥଳରୁ ଗୋଟିଏ ଇନ୍ସାସ୍ ବନ୍ଧକୁ ସହ ଅନେକ ବିସ୍ଫୋରକ ସାମଗ୍ରୀ ମଧ୍ୟ ଜବତ ହୋଇଛି । ଅନ୍ୟପଟେ ଏନ୍କାଉଣ୍ଟର ନିକଟବର୍ତ୍ତୀ ଅଞ୍ଚଳରେ ଅଧିକ ମାଓବାଦୀ ଲୁଚି ରହିଥିବା ଆଶଙ୍କା ରହିଛି । ଯାହାକୁ ଦୃଷ୍ଟିରେ ରଖି ସୁରକ୍ଷାକର୍ମୀ ଓ ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ୍ ଜାରି ରହିଥିବା ସୂଚନା ଦେଇଛନ୍ତି ବିଜାପୁର ଏସପି ଯତୀନ୍ଦ୍ର ଯାଦବ ।