ଦିଲ୍ଲୀ ଯାତ୍ରୀଙ୍କ ଉପରେ ନଜର , ବିମାନ ଓ ରେଳପଥରେ ସର୍ଭିଲାନ୍ସ ବୃଦ୍ଧି

ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମ୍ ଥିଲେ ମଧ୍ୟ ଦିଲ୍ଲୀ ଓ ଏହାର ନିକଟବର୍ତ୍ତୀ ଅଂଚଳରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି ।

(ଭୁବନେଶ୍ୱର) : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମ୍ ଥିଲେ ମଧ୍ୟ ଦିଲ୍ଲୀ ଓ ଏହାର ନିକଟବର୍ତ୍ତୀ ଅଂଚଳରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି ।

ଦିଲ୍ଲୀରୁ ଉଭୟ ବିମାନ ଓ ରେଳପଥରେ ଆସୁଥିବା ଯାତ୍ରୀଙ୍କ ଉପରେ ତୀକ୍ଷ୍ଣ ନଜର ରଖି ସର୍ଭିଲାନ୍ସ ବୃଦ୍ଧି କରିବାକୁ ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି ।


ସୂଚନାନୁଯାୟୀ , ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ବିମାନ ବନ୍ଦର ଓ ରେଳ ଷ୍ଟେସନରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସଠିକ୍ ଭାବେ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ତଦାରଖ, ଯୋଜନା, ସମନ୍ୱୟ ଓ ଏହାକୁ କିପରି ଠିକ୍ ଭାବେ ଲାଗୁ କରାଯାଇ ପାରିବ ସେ ନେଇ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।