ଆୟୁଷ୍ମାନ ଭାରତ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସାମ୍ବାଦିକ ସମ୍ମିଳନୀ…

ଆୟୁଷ୍ମାନ ଭାରତ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସାମ୍ବାଦିକ ସମ୍ମିଳନୀ। ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା। ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା (ଏ.ବି.ପିଏମ୍.ଜେଏ.ୱାଇ-ଜି.ଜେଏ.ୱାଇ) । ଏବଂ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା (ଏ.ଭି.ଭି.ୱାଇ)।  ପୂର୍ବରୁ ପ୍ରତି ପରିବାରକୁ ଗୋଟିଏ କାର୍ଡ଼ ମିଳିଥିଲା। କିନ୍ତୁ ନୂଆ ଯୋଜନାରେ ପ୍ରତି ସଦସ୍ୟଙ୍କୁ ଗୋଟିଏ ଲେଖାଏଁ କାର୍ଡ଼ ଉପଲବ୍ଧ ହେବ। ପୂର୍ବରୁ କେବଳ ୧୬ଟି ରାଜ୍ୟରେ ୯୦୦ଟି ତାଲିକାଭୁକ୍ତ ହସ୍ପିଟାଲରେ ଦେୟମୁକ୍ତ ଚିକିତ୍ସା ମିଳୁଥିବା ବେଳେ ଏବେ ମିଳିତ ଯୋଜନା ଅନ୍ତର୍ଭୁକ୍ତ ସମସ୍ତ ହିତାଧିକାରୀମାନଙ୍କୁ ସାରା ଦେଶରେ ୨୯,୦୦୦ ତାଲିକାଭୁକ୍ତ ଘରୋଇ ଏବଂ ସରକାରୀହସ୍ପିଟାଲରେ ଦେୟମୁକ୍ତ ଚିକିତ୍ସା ସେବା ମିଳିବ। ବୟୋ ବନ୍ଦନା ଯୋଜନା ଅନ୍ତର୍ଭୁକ୍ତ ବରିଷ୍ଠ ନାଗରିକମାନଙ୍କୁ ମଧ୍ୟ ୨୯,୦୦୦ ହସ୍ପିଟାଲରରେ ପରିବାର ପିଛା ବାର୍ଷିକ ୫ଲକ୍ଷ ଟଙ୍କା ପର୍ୟ୍ୟନ୍ତ ଦେୟମୁକ୍ତ ଚିକିତ୍ସା ମିଳିବ। ଓଡ଼ିଶା ସରକାରଙ୍କୁ ଭାରତ ସରକାରଙ୍କ ଠାରୁ ଏହି ଯୋଜନାରେ ନିର୍ଦ୍ଧାରିତ ଅନୁଯାୟୀକେନ୍ଦ୍ରୀୟ ଅନୁଦାନ ପ୍ରାପ୍ତ ହେବ। ହିତାଧିକାରୀମାନଙ୍କ ପାଇଁ ଇ-କେ.ୱାଇ.ସି ସହ କାର୍ଡ଼ ପ୍ରସ୍ତୁତି ବଣ୍ଟନ ପ୍ରକ୍ରିୟା ସମ୍ପୂର୍ଣ୍ଣ ଦେୟମୁକ୍ତ ହେବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ।