ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର…

ବଡ଼ଚଣା: (ବେଦପ୍ରକାଶ ନାୟକ)-ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର  ବଡ଼ଚଣା ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ  ପି. ଅନ୍ଵେଷା ରେଡ୍ଡୀ  ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ  ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ।

ଆଜି ମୋଟ ୧୦୧ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୨୫ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ  ୦୩  ଗୋଟି, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ସହାୟତା ନିମନ୍ତେ ୭୩ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୮୦ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା।

ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅନିରୁଦ୍ଧ ରାଉତରାୟ, ଅତିରିକ୍ତ ଜିଲ୍ଲାପାଳ, ଶ୍ରୀ ନବକ୍ରିଷ୍ଣ ଜେନା, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା  ନିର୍ବାହୀ ଅଧିକାରୀ ଶ୍ରୀ ଅଶୋକ କୁମାର ବେହୁରିଆ, ଭାରପ୍ରାପ୍ତ ଉପ ଜିଲ୍ଲାପାଳ ଶ୍ରୀ ଲମ୍ବୋଦର ଖୁଣ୍ଟିଆ , ଗୋଷ୍ଠୀ ଉନ୍ନୟନ ଅଧିକାରୀ , ବଡ଼ଚଣା, ଶ୍ରୀ ରବୀନ୍ଦ୍ର କୁମାର ପ୍ରଧାନ, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।