ରାଜ୍ୟରେ ଆହୁରି ୩ ଦିନ ବର୍ଷିବ, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ଜନିତ ବର୍ଷା ଜାରି ରହିଛି  ରାଜ୍ୟରେ ଆହୁରି ଦିନ ବର୍ଷିବ ବିଭିନ୍ନ ସ୍ଥାନରେ କାଁ ଭାଁ ବର୍ଷା ହେଉଥିବା ବେଳେ କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ ବେଗରେ ପବନ ବହିବା ସମ୍ଭାବନା ରହିଛି ଆଜି ବିଜୁଳି ଘଡ଼ଘଡ଼ି ପାଇଁ ୨୦ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ହେବ

ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ଆଲର୍ଟ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସେପଟେ ପୁଣି ବଢୁଛି ହୀରାକୁଦ ଜଳସ୍ତର ହୀରାକୁଦ ଜଳଭଣ୍ଡାରରୁ ପୁଣି ଖୋଲିଲା ଆଉ ଦୁଇଟି ଗେଟ ପୂର୍ବରୁ ୪ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିଲା ଏବେ ୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି