ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୂବନେଶ୍ଵର: ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଆଜି ପାଇଁ ୨୦ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନବର୍ତ୍ତୀ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଦିନକ ପରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସମ୍ଭାବନା । ଆସନ୍ତା ୨୫ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ଆସନ୍ତା ୨୭ ତାରିଖ ଯାଏ ପ୍ରବଳ ବର୍ଷା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି ।