ଭୁବନେଶ୍ଵର: ୱେଲ୍ ମାର୍କଡ୍ ଲୋପ୍ରେସର୍ରେ ପରିଣତ ହେଲା ଲଘୁଚାପ । କ୍ରମଶଃ ଏହା ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଫଳରେ ଟ୍ବିନ୍ସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିବ । ଆସନ୍ତା ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ନେଇ ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁର ଆଦି ୩ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏନେଇ ଏହି ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏଥିସହ ବରଗଡ଼, ସୋନପୁର, ବୌଦ୍ଧ, କୋରାପୁଟ, ବଲାଙ୍ଗୀର ଓ ନୂଆପଡ଼ାରେ ମଧ୍ୟ ବଜ୍ରପାତ ସହ ପ୍ରବଳ ବର୍ଷିପାରେ ।

ଏହା ସହ ସମଗ୍ର ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରାଜ୍ୟରେ ୬ ତାରିଖ ଯାଏ ଏହିଭଳି ବର୍ଷା ଜାରି ରହିବ ବୋଲି ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ଆସନ୍ତାକାଲି ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଶୁକ୍ରବାର ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୬ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରରେ ଭାରି ବର୍ଷା ଆଶଙ୍କା ଅ