ଭୁବନେଶ୍ୱର: ରାଜ୍ୟରେ ଲାଗି ରହିଛି ପ୍ରବଳ ବର୍ଷା । ଅବପାତ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଉତ୍ତର- ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଅବପାତ ଗଭୀର ଅବପାତର ରୂପ ନେଇଛି । ଆଜି ସୁନ୍ଦରଗଡ, ଝାରସୁଗୁଡା, ବରଗଡ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି କେନ୍ଦୁଝର, ଦେଓଗଡ, ଅନୁଗୁଳ, ସୋନପୁର, ବୌଦ୍ଧ, କନ୍ଧମାଳ,ବଲାଙ୍ଗୀର, ନୂଆପଡା, କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେପଟେ ଗଭୀର ଅବପାତ ପ୍ରଭାବରେ ଓଡିଶା ଉପକୂଳରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ତେଣୁ ମତ୍ସ୍ୟଜୀବୀଙ୍କୁ ପାଣି ଭିତରକୁ ପରାମର୍ଶ ଦିଆଯାଇଛି । ଏପରିକି ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳ , ଚାଷ ଜମିରେ ପାଣି ଜମିବା ସହ ସମ୍ବେଦନଶୀଳ ଅଞ୍ଚଳରେ ଭୂସ୍ଖଳନ ହେବାର ସମ୍ଭାବନା ରହିଛି । ତେବେ ୩ ତାରିଖରୁ ରାଜ୍ୟରେ ବର୍ଷା ପ୍ରଭାବ କମିବାର ସମ୍ଭାବନା ରହିଛି ।