ଭୁବନେଶ୍ୱର : ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଗତକିଛି ଦିନ ଧରି ଲଗାତାର ଭାବେ ବର୍ଷା ହୋଇଚାଲିଛି । ଆସନ୍ତା ୨୫ ବେଳକୁ ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହିତ ଘୂର୍ଣ୍ଣିବଳୟ ସୃଷ୍ଟିର ୪୮ ଘଣ୍ଟା ମଧ୍ୟରେ ଓଡିଶା ଉପକୂଳ ଛୁଇଁବା ନେଇ ଆଞ୍ଚଳିକ ପାଣିପାଗ ବିଭାଗରୁ ସୂଚନା ମିଳିଛି ।
ତେବେ ଏହାରି ମଧ୍ୟରେ ଆସନ୍ତା ୨୪ ଘଣ୍ଟାରେ ୧୦ରୁ ଉଧ୍ୱର୍ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଆଦି ରହିଛି। ଏହି ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। ଏଥିସହିତ ସେପ୍ଟେମ୍ବର ୨୦ରୁ ୨୧ ତାରିଖ ମଧ୍ୟରେ ଉତ୍ତର ଓଡ଼ିଶା ସମେତ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, କୋରାପୁଟ, ମାଲକାନଗିରି ବ୍ୟତୀତ କିଛି ସ୍ଥାନରେ ହାଲୁକା ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି।
ସେହିପରି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ସୁବର୍ଣ୍ଣପୁର, ସମ୍ବଲପୁର ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉକ୍ତ ଜିଲ୍ଲାଗୁଡ଼ିକୁ ବି ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।