ଆସନ୍ତା ୨ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା । ଏହା ଆସନ୍ତା ୨ଦିନ ପର୍ଯ୍ୟନ୍ତ ଜାରି ରହିବ ବୋଲି ମଧ୍ୟ କୁୂହାଯାଉଛି । ଆସନ୍ତା ୩୧ ତାରିଖ ଠାରୁ ୨ ତାରିଖ ପର୍ଯ୍ୟନ୍ତ ବର୍ଷାର ପରିମାଣ ଓ ବିସ୍ତୁତି  ବଢିବ ବୋଲି କୁହାଯାଉଛି । ତେବେ ଆସନ୍ତା ୩୧ ଦିନ ଢେଙ୍କାନଳ , ଅନୁଗୁଳ , ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଏହି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ବାଲେଶ୍ୱର ,ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା , ପୁରୀ, ଗଞ୍ଜାମ, ନୟାଗଡ଼ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟୋଲୋ ୱାଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧ ତାରିଖ ଦିନ ମଧ୍ୟ ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ଦେବଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ଉପକୂଳ ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷାର ସମ୍ଭାବନା ରହୁଥିବାରୁ ୟେଲୋ ୱାଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।