ଭୁବନେଶ୍ଵର: ଆସନ୍ତା ୧୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ । ଆସନ୍ତାକାଲି ୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷିବ । ତେଣୁ ଏହି ୬ ଜିଲ୍ଲାକୁ ଆସନ୍ତାକାଲି ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛ ଯେ, ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଧୀରେଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି। ମୟୂରଭଞ୍ଜ, କେଉଁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତ ହେବାର ସମ୍ଭାବନା ରହିଛି।