୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ଵର: ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଆଜି ପାଇଁ ୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିରକୁ ୟେଲୋ ୱାର୍ଣ୍ଣିଂ କରିଛିମ ପାଣିପାଗ ବିଭାଗ । ବର୍ଷା ସମୟରେ ବିଜୁଳି ଘଡଘଡି ସହ ପବନର ବେଗ ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।  ୯ରେ ଆଭ୍ୟନ୍ତରୀଣ ଓ ଦକ୍ଷିଣରେ କାଁ ଭାଁ ବର୍ଷା ହେବ ।  ୧୦ ତାରିଖରେ ଦକ୍ଷିଣ ଓଡ଼ିଶାର ହାତଗଣତି କିଛି  ସ୍ଥାନରେ ବିକ୍ଷିପ୍ତ ବର୍ଷା ହୋଇପାରେ । ୧୧ରେ ମୟୂରଭଞ୍ଜ  ଓ କେନ୍ଦୁଝରର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ  ବର୍ଷା ଆଶଙ୍କା ଅଛି । ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର  କିଛି ସ୍ଥାନରେ ଅଧିକ ବର୍ଷା ହେବ । ୧୨ ଓ ୧୩ରେ  ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଅଧିକ ବର୍ଷିପାରେ  ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ ଦେଇଛି ।