ଓଡ଼ିଶାରେ ୨୩ରୁ ଲଘୁଚାପ, ଆଜି ୧୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ଭୁବନେଶ୍ୱର, ଛତ୍ରପୁର, କଟକରେ ପ୍ରବଳ ବର୍ଷା ହୋଇଛି। ପାଣିପାଗ ବିଭାଗ ପୂର୍ବାନୁମାନ କରିଛି

(ଭୁବନେଶ୍ୱର) : ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ଭୁବନେଶ୍ୱର, ଛତ୍ରପୁର, କଟକରେ ପ୍ରବଳ ବର୍ଷା ହୋଇଛି। ପାଣିପାଗ ବିଭାଗ ପୂର୍ବାନୁମାନ କରିଛି, ବର୍ତ୍ତମାନ ରାଜ୍ୟରେ ପ୍ରତିଦିନ ବର୍ଷା ହେବ। ଆସନ୍ତା ୨୩ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସମ୍ଭାବନା ଅଛି। ଏହା ପରେ ବର୍ଷା ପରିମାଣ ଆହୁରି ବଢ଼ିପାରେ।

ସୂଚାନୁଯାୟୀ , ବୁଧବାର କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ସମ୍ବଲପୁର, ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ପରବର୍ତ୍ତୀ ଦୁଇଦିନ ମଧ୍ୟ ଏଭଳି ବର୍ଷା ସମ୍ଭାବନା ଅଛି ।