ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବାୟୁ ଦୁର୍ବଳ ହେବା ପରେ ଗତ ଦୁଇ ଦିନ ଧରି ପାଗ ଶୁଖିଲା ରହିଛି । ଆସନ୍ତା କାଲି ଠାରୁ ଆରମ୍ଭ ହେବ ବର୍ଷା । ଆସନ୍ତା ୪ତାରିଖରୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିି ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓଡିଶା ଓ ଉତ୍ତର ଓଡିଶା ଉପକୂଳରେ ସୃଷ୍ଟି ହୋଇପାରେ ଲଘୁଚାପ । ଏହାରି ପ୍ରଭାବରେ ଆସନ୍ତା କାଲିଠାରୁ ୬ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଆଦି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛ । କାଲିଠୁ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି । ବର୍ଷା ସହ ପାଗରେ ଆସିବ ପରିବର୍ତ୍ତନ ।