ରାଜ୍ୟ ରେ ପ୍ରବଳ ବର୍ଷା

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୨୪ ଘଂଟା ମଧ୍ୟରେ ଏହା ୱେଲ ମାର୍କଡ୍ ଲୋ ପ୍ରେସରରେ ପରିଣତ ହେବ । ଏହାର ପ୍ରଭାବରେ ଆସନ୍ତା ୧୪ରୁ ୧୮ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ପ୍ରବଳ ବର୍ଷା ହେତୁ ତଳିଆ ଅଂଚଳରେ ପାଣି ପଶିଯିବା ସହ ଟ୍ରାଫିକ୍ ବ୍ୟବସ୍ଥା ବ୍ୟାଘାତ ହୋଇପାରେ ।
ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ମୁତାବକ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ରହିଛି। ଏହି ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଏହି ସମୟରେ କାଳବୈଶାଖୀ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର ଓ ଦେବଗଡ଼ ରହିଛି।