ଡାକ୍ତର ଆନ୍ଦୋଳନ ନେଇ ଉଚ୍ଚ ସ୍ତରୀୟ କମିଟି ଗଠନ କଲେ ସରକାର। ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏସନ୍ (OMSA) ପକ୍ଷରୁ ଉଠାଯାଇଥିବା ବିଭିନ୍ନ ଦାବି ଉପରେ ବିଚାର ବିମର୍ଶ କରି ରାଜ୍ୟ ସରକାରଙ୍କୁ ରିପୋର୍ଟ ଦେବ କମିଟି। ଅର୍ଥ ବିଭାଗର ପ୍ରମୁଖ ସଚିବଙ୍କ ଅଧ୍ୟକ୍ଷତାରେ ଆନ୍ତଃବିଭାଗୀୟ କମିଟି ଗଠନ। ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ,ଆଇନ ଏବଂ ସ୍ୱାସ୍ଥ୍ୟ ବିଭାଗର ପ୍ରମୁଖ ସଚିବ ସଦସ୍ୟ ଥିବା ବେଳେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଆବାହକ ରହିଛନ୍ତି।