ରାଉରକେଲାରେ ଷ୍ଟାଡିୟମ ବୁଲି ଦେଖିଲେ ହକି ଇଣ୍ଡିଆ ଉଚ୍ଚ ପ୍ରତିନିଧି ଦଳ

ରାଉରକେଲା: ହକି ବିଶ୍ବକପ-୨୦୨୩ ପୂର୍ବରୁ ରାଉରକେଲା ବିପିୟୁଟି କ୍ୟାମ୍ପସରେ ଚାଲିଥିବା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ବୁଲି ଦେଖିଛନ୍ତି ହକି ଇଣ୍ଡିଆର ଉଚ୍ଚ ପ୍ରତିନିଧି ଦଳ। ଏହି ଟିମ ମୁଖ୍ୟ ଷ୍ଟାଡିୟମ ସହିତ ଦର୍ଶକ ଗ୍ୟାଲେରି, ଅଭ୍ୟାସ ପଡ଼ିଆ, ଖେଳାଳିମାନଙ୍କ ରହଣିସ୍ଥଳ, ଚେଞ୍ଜିଙ୍ଗ ରୁମ ଆଦି ଦେଖିଥିଲେ।

ଏହି ପ୍ରତିନିଧି ଦଳରେ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଡକ୍ଟର ଦିଲ୍ଲୀପ ତିର୍କୀ, ସାଧାରଣ ସମ୍ପାଦକ ଭୋଳାନାଥ ସିଂହ ଏବଂ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ କମାଣ୍ଡର ଆର. କେ. ଶ୍ରୀବାସ୍ତବ ଆସିଥିଲେ। ହକି ବିଶ୍ୱକପକୁ ସ୍ମରଣୀୟ କରିବା ଲାଗି ଓଡ଼ିଶା ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପକୁ ସେମାନେ ପ୍ରଶଂସା କରିଥିଲେ।