କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ଵର ଟୁଡୁଙ୍କୁ ହାଇକୋର୍ଟରୁ ଅନ୍ତରୀଣ ସୁରକ୍ଷା

ଭୁବନେଶ୍ୱର: ମୟୂରଭଞ୍ଜ ସାଂସଦ ତଥା କେନ୍ଦ୍ର ଆଦିବାସୀ ବ୍ୟାପାର ଓ ଜଳଶକ୍ତି ମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ଵର ଟୁଡୁଙ୍କୁ ଅନ୍ତରୀଣ ସୁରକ୍ଷା ଦେଇଛନ୍ତି ହାଇକୋର୍ଟ । ମାର୍ଚ୍ଚ ୪ରେ ତଦନ୍ତକାରୀ ଅଧିକାରୀଙ୍କ ନିକଟରେ ହାଜର ସହ ତଦନ୍ତରେ ସହଯୋଗ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି । ତଦନ୍ତ ସମୟରେ ସାକ୍ଷୀଙ୍କୁ ପ୍ରଭାବିତ ନକରିବାକୁ ବି ନିର୍ଦ୍ଦେଶ ଦିଆଯାଇଛି । ଏହି ମାମଲାର ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ ୮କୁ ଧାର୍ଯ୍ୟ କରାଯାଇଛି। ସୂଚନା ଯୋଗ୍ୟ ଯେ ମୟୂରଭଞ୍ଜ ଜିଲ୍ଲାର ଦୁଇ ଜଣ ସରକାରୀ କର୍ମଚାରୀଙ୍କୁ ଦଳୀୟ କାର୍ଯ୍ୟାଳୟରେ ମାଡ଼ ମାରିଥିବା ନେଇ ଟୁଡୁଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ଜିଲ୍ଲା କାର୍ଯ୍ୟାଳୟରେ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ବିଭାଗର ଉପନିର୍ଦ୍ଦେଶକ ଅଶ୍ବିନୀ କୁମାର ମଲ୍ଲିକ ଓ ସହକାରୀ ନିର୍ଦ୍ଦେଶକ ଦେବାଶିଷ ମହାପାତ୍ରଙ୍କୁ ଟୁଡୁ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରିବା ସହିତ ଏକ ପ୍ଲାଷ୍ଟିକ୍ ଚେୟାରରେ ପିଟିଥିବା ଅଭିଯୋଗ ହୋଇଥିଲା।