ହକି ବିଶ୍ୱକପ୍ ପାଇଁ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ

ଭୁବନେଶ୍ୱର: ହକି ବିଶ୍ୱକପ୍ ପାଇଁ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ହକି ବିଶ୍ବକପ୍ ପାଇଁ କରାଯାଇଛି ନିମନ୍ତ୍ରଣ | ଭଗୱନ୍ତ ମାନଙ୍କୁ ପ୍ରୀତିରଞ୍ଜନ ଘଡ଼ାଇ ଚଣ୍ଡିଗଡ଼ରେ ସାକ୍ଷାତ କରି ନିମନ୍ତ୍ରଣ ପତ୍ର ପ୍ରଦାନ କରିଥିଲେ । ଆସନ୍ତା ୧୩ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ରାଉରକେଲା ଓ ଭୁବନେଶ୍ୱରରେ ହକି ବିଶ୍ବକପ୍‌ – ୨୦୨୩ ଖେଳାଯିବ । ଏଥିପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ମନ୍ତ୍ରୀମାନେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ନିମନ୍ତ୍ରଣ କରୁଛନ୍ତି ।