ହକି ବିଶ୍ୱକପ୍: ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ କଲେ

ଭୁବନେଶ୍ୱର: ପାଖେଇ ଆସୁଛି ପୁରୁଷ ହକି ବିଶ୍ବକପ୍‌ । ସବୁଠୁ ଉତ୍ସାହ ଓ ଉଦ୍ଦୀପନାର ମାହୋଲ । ଏଥିପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଉଛି । ଏହି କ୍ରମରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି ।

Delhi Chief Minister invited by Minister Niranjan Pujari

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିରୱାଲଙ୍କୁ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି । ନିମନ୍ତ୍ରଣ ପତ୍ର ସହ ହକି ଟି-ସାର୍ଟ ଓ ରୂପା ଅଶୋକ ଚକ୍ର ପ୍ରଦାନ କରିଛନ୍ତି । ଆସନ୍ତା ୧୩ ତାରିଖରୁ ୨୯ ପର୍ଯ୍ୟନ୍ତ ଭୁବନେଶ୍ବର ଓ ରାଉରକେଲାରେ ହେବ ମ୍ୟାଚ୍ ।