ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଧୁମଧାମରେ ପାଳନ ହେଉଛି ଦୋଳ ଉତ୍ସବ । ଏହି ଉତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ମାନ୍ୟବର ପାରଳାଖେମୁଣ୍ଡି ବିଧାୟକ ଇଂ ରୂପେଶ ପାଣିଗ୍ରାହୀ । ସମ୍ମାନିତ ଅତିଥି ଭାବେ ପାରଳାଖେମୁଣ୍ଡି ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ ଯୋଗ ଦେଇଥିଲେ । ଅତିଥିମାନେ ଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଇଥିଲେ ଓ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ ହୋଇଥିଲା । ମାନ୍ୟବର ବିଧାୟକ କୁନି ନୃତ୍ୟ ଶିଳ୍ପୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ଶେଷରେ ଦୋଳ ଉତ୍ସବ କମିଟି ସଦସ୍ୟ ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଏହି କାର୍ଯ୍ୟକ୍ରମ କମିଟି ଉପସଭାପତି ରାଜେନ୍ଦ୍ର ବେହେରା, ବିଚିତ୍ରାନନ୍ଦ ବେବର୍ତ୍ତା, କମିଟିର ସଭାପତି ବିନୋଦ ଜେନା, ଶୁଭ୍ରାଂଶୁ ଶେଖର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।
