ଛତିଶଗଡ଼ : ଛତିଶଗଡ଼ର ନାରାୟଣପୁର ଜିଲ୍ଲାର ଅବୁଝମାଡ଼ସ୍ଥିତ ମୋହନ୍ଦୀରେ ନକ୍ସଲମାନେ ଆଇଇଡି ବିସ୍ଫୋରଣ କରିଛନ୍ତି। ଏହି ବିସ୍ଫୋରଣରେ ଦୁଇ ଜଣ ଯବାନ ଶହୀଦ ହୋଇଛନ୍ତି । ବିସ୍ଫୋରଣ ପରେ ସେମାନଙ୍କୁ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିଲା। ପରବର୍ତ୍ତୀ ସମୟରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।
ସୂଚନା ଅନୁସାରେ, ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ କରୁଥିଲେ। ଖାନତଲାସୀ ପରେ ସେଠାରୁ ଫେରିବା ସମୟରେ ମୋହାନ୍ଦି ଗାଁ ନିକଟରେ ଆଇଡି ବିସ୍ଫୋରଣ ଘଟିଥିଲା। ଏଥିରେ କିଛି ସୁରକ୍ଷାକର୍ମୀ ଆହତ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଦୁଇ ଜଣ ITBP ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ଏଥିସହ ଦୁଇ ଜଣ ପୁଲିସ କର୍ମୀ ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେପଟେ, ବିସ୍ଫୋରଣ ପରେ ସ୍ଥାନୀୟ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ବିଭିନ୍ନ ସ୍ଥାନରେ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି।