ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ଭୁବନେଶ୍ଵର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୪ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା । ଦକ୍ଷିଣପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ବାୟୁମଣ୍ଡଳରେ ଘୂର୍ଣ୍ଣିବଳୟ ସକ୍ରିୟ । ପ୍ରଭାବରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା । ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ଘଣ୍ଟାରେ ଆହୁରି ଘନୀଭୂତ ସମ୍ଭାବନା । ଏ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ‘ଏକ୍ସ’ରେ ସୂଚନା ଦେଇଛନ୍ତି ।

ଆସନ୍ତା ୨୪ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି । ଦକ୍ଷିଣପୂର୍ବ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ୨୪ ତାରିଖ ବେଳକୁ ଦକ୍ଷିଣପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି ସହ ପରବର୍ତ୍ତୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା ।