ଭୁବନେଶ୍ଵର: ଆସନ୍ତା ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଜାରି କରାଯାଇଛି । ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବ ଏବଂ ୨୪ ଘଣ୍ଟାରେ ଅବପାତରେ ପରିଣତ ହେବ । ଆସନ୍ତା କାଲିଠାରୁ ରାଜ୍ୟର କେତେକ ସ୍ଥାନରେ ଆରମ୍ଭ ହୋଇପାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା । ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ନେଇ ସୂଚନା ରହିଛି । ୩୦ରୁ ୪୦ କିଲୋମିଟର ବେଗରେ ପବନ ହେବା ଆଶଙ୍କା । ତେବେ ଏବେଠାରୁ ଭୟଭୀତ ହେବାର କୌଣସି କାରଣ ନାହିଁ ବୋଲି କହିଛି ପାଣିପାଗ ବିଭାଗ ।

ଅକ୍ଟୋବର ୨୧ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାର ବିଭିନ୍ନ ଜିଲା ପାଇଁ ଆଗାମୀ ତିନି ଦିନ ବର୍ଷା ଓ ବଜ୍ରପାତ ସତର୍କତା ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା କରାଯାଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।