ଭୁବନେଶ୍ଵର: ସାରା ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷିବ । ସେପଟେ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ଅନ୍ୟପଟେ ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ଆଖପାଖରେ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା । ଆସନ୍ତାକାଲି ବିଭିନ୍ନ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । କାଲି ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୪ ଜିଲ୍ଲାକୁ ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।
ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବିଜୁଳି ମାରିବାର ସମ୍ଭାବନା ରହିଛି। ତେବେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଟକା ପବନ (ଘଣ୍ଟାପ୍ରତି ୩୦ରୁ ୪୦ କିମି) ଓ ବଜ୍ରପାତ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବରଗଡ଼, ସୋନପୁର, ଅନୁଗୋଳ, ଢେଙ୍କାନାଳ, ନବରଙ୍ଗପୁର, କୋରାପୁଟ ଓ ରାୟଗଡ଼ା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।