ନେପାଳରେ ଉପୁଜିଥିବା ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ୨୩ଜଣ ଓଡ଼ିଆ ଯାତ୍ରୀଙ୍କୁ ନେପାଳରୁ ଉଦ୍ଧାର କରି ଭାରତକୁ ଫେରାଇ ଅଣାଯାଇଛି
ଭୁବନେଶ୍ୱର:- ନେପାଳରେ ଉପୁଜିଥିବା ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ୨୩ଜଣ ଓଡ଼ିଆ ଯାତ୍ରୀଙ୍କୁ ନେପାଳରୁ ଉଦ୍ଧାର କରି ଭାରତକୁ ଫେରାଇ ଅଣାଯାଇଛି। ଓଡ଼ିଶାରୁ ୨୩ଜଣ ଯାତ୍ରୀ ନେପାଳ ଭ୍ରମଣରେ ଯାଇଥିଲେ ଏବଂ ସାମ୍ପ୍ରତିକ ପରିସ୍ଥିତି କାରଣରୁ ଓଡ଼ିଆ ଯାତ୍ରୀମାନେ ନେପାଳରେ ଫସି ରହିଥିଲେ। ଉକ୍ତ ଘଟଣାଟି ସାମନାକୁ ଆସିବାର ୫ ଘଣ୍ଟା ସମୟ ମଧ୍ୟରେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧିନସ୍ଥ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ, ଓଡ଼ିଶା ସରକାରଙ୍କ ନୂଆଦିଲ୍ଲୀ ସ୍ଥିତ ମୁଖ୍ୟ ଆବାସିକ ଆୟୁକ୍ତଙ୍କ କାର୍ଯ୍ୟାଳୟ, ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରାଳୟ, ନେପାଳ କାଠମାଣ୍ଡୁ ସ୍ଥିତ ଭାରତର ଦୂତାବାସ କାର୍ଯ୍ୟାଳୟ, ରୋମାନିଆ ପାଇଁ ରହିଥିବା ଭାରତର ରାଷ୍ଟ୍ରଦୂତ ଡ଼. ମନୋଜ କୁମାର ମହାପାତ୍ରଙ୍କ ମିଳିତ ସହଯୋଗରେ ନେପାଳରେ ଫସି ରହିଥିବା ୨୩ଜଣ ଓଡ଼ିଆ ଯାତ୍ରୀମାନଙ୍କୁ ନେପାଳରୁ ଭାରତକୁ ଫେରାଇ ଅଣାଯାଇଅଛି।